2 ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ। 3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ। 4 ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ; 5 ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ। 6 ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ, କହାତ ଓ ମରାରି।
7 ଗେର୍ଶୋନୀୟମାନଙ୍କ ମଧ୍ୟରୁ
24 ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ। 25 କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି, 26 ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।” 27 କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ। 28 କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା; 29 ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ; 30 ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର; 31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା; 32 ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।
<- ପ୍ରଥମ ବଂଶାବଳୀ 22ପ୍ରଥମ ବଂଶାବଳୀ 24 ->