1 ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର; 3 ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର। 4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ। 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ,
12 ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ। 13 ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 14 ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।