1 ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ। 2 ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ, 3 ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ। 4 କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ, 5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି, 6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି, 7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି,
19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ। 20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ। 21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। 22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ। 23 ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ; 24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ। 25 ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ, 26 ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ। 27 ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମ ସହରରୁ ଆନ୍ତିୟଖିଆକୁ ଆସିଲେ। 28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା। 29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ, 30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।
<- ପ୍ରେରିତ 10ପ୍ରେରିତ 12 ->