1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, 2 ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। 4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; 5 ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; 6 ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି। 7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। 8 ଏଥିନିମନ୍ତେ ଉକ୍ତ ଅଛି,
17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; 18 ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି; 19 ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି। 20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ; 21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, 22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, 23 ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, 24 ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
25 ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ। 26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। 27 ଚୋର ଆଉ ଚୋରି ନ କରୁ, 28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ। 29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ। 30 ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ। 31 ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; 32 ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
<- ଏଫିସୀୟ 3ଏଫିସୀୟ 5 ->