1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ, 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, 3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା। 4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ; 5 ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ। 6 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ। 7 ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’ ” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ, 9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି;
18 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ, 19 “ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର। 20 ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର। 21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
26 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର। 27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
28 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ, 29 ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି। 30 ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା। 31 ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା। 32 ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
<- ଯିହିଜିକଲ 20ଯିହିଜିକଲ 22 ->