1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; 2 ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି। 3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ। 4 ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି; 5 ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର। 6 କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି। 7 କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା। 8 ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି,
13 ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
<- ଏବ୍ରୀ 7ଏବ୍ରୀ 9 ->