1 ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ। 2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ। 3 ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି। 4 କିନ୍ତୁ ଯୀଶୁ ତାହା ଶୁଣି କହିଲେ,
17 ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି। 18 ବେଥନୀୟା ଯିରୂଶାଲମ ସହରରୁ ପ୍ରାୟ ଏକ କ୍ରୋଶ ଦୂରରେ ଥିଲା, 19 ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ। 20 ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ। 21 ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାଆନ୍ତା। 22 କିନ୍ତୁ ଆପଣ ଈଶ୍ବରଙ୍କୁ ଯାହା କିଛି ମାଗିବେ, ଈଶ୍ବର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ। 23 ଯୀଶୁ ତାହାଙ୍କୁ କହିଲେ,
28 ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି। 29 ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ। 30 ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ। 31 ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ। 32 ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା। 33 ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ, 34
38 ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା। 39 ଯୀଶୁ କହିଲେ,
45 ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ; 46 ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ। 47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି। 48 ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ। 49 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ; 50 ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ। 51 ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ, 52 ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ। 53 ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ। 54 ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ। 55 ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ। 56 ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ? 57 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।
<- ଯୋହନ 10ଯୋହନ 12 ->