1 ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ। 2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ। 3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା। 4 ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ,
12 ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ 13 ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ। 14 ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।
15 ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ; 16 କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ। 17 ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ। 18 ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ।
19 ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ। 20 ଯୀଶୁ ତାହାଙ୍କୁ ଉତ୍ତର ଦେଲେ,
25 ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ। 26 ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି? 27 ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।
28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ। 29 ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ? 30 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ। 31 ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ। 32 ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ। 33 ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା? 34 ଯୀଶୁ ଉତ୍ତର ଦେଲେ,
39 କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା? 40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।
<- ଯୋହନ 17ଯୋହନ 19 ->