1 ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି 2 (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ, 3 ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ।
4 କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା। 5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ; 6 ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।
7 ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ,
9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ। 10 ଯୀଶୁ ତାହାକୁ ଉତ୍ତର ଦେଲେ,
11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? 12 ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?
13 ଯୀଶୁ ତାହାକୁ ଉତ୍ତର ଦେଲେ,
15 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ।
16 ଯୀଶୁ ତାହାକୁ କହିଲେ,
17 ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋହର ସ୍ୱାମୀ ନାହିଁ।
19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି। 20 ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।
21 ଯୀଶୁ ତାହାକୁ କହିଲେ,
25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
26 ଯୀଶୁ ତାହାକୁ କହିଲେ,
27 ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।
28 ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ, 29 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? 30 ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ।
31 ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ। 32 କିନ୍ତୁ ସେ ସେମାନଙ୍କୁ କହିଲେ,
33 ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?
34 ଯୀଶୁ ସେମାନଙ୍କୁ କହିଲେ,
39 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ। 40 ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ। 41 ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।
42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।
43 ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ। 44 କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ। 45 ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ।
46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା। 47 ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା।
48 ସେଥିରେ ଯୀଶୁ ତାହାଙ୍କୁ କହିଲେ,
49 ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।
50 ଯୀଶୁ ତାହାଙ୍କୁ କହିଲେ,
53 ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ
54 ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।
<- ଯୋହନ 3ଯୋହନ 5 ->-
a ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଯିହୁଦୀ ସମୟ ଅନୁସାରେ ସାତ ପହର