1 ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ। 2 କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ, 3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ, 4 କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର। 5 କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।
6 ସେଥିରେ ଯୀଶୁ ସେମାନଙ୍କୁ କହିଲେ,
10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ। 11 ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?
12 ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ;
14 କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ। 15 ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?
16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ,
20 ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?
21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ,
25 ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ? 26 ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି? 27 ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି।
28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ,
30 ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା। 31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
32 ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।
33 ସେଥିରେ ଯୀଶୁ କହିଲେ,
35 ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି? 36
37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ,
40 ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ।
41 ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ? 42 ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ? 43 ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା; 44 ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।
45 ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
46 ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
47 ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ? 48 ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି? 49 କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।
50 ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ, 51 ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?
52 ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।