1 ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ। 2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3 କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
4 ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?
6 ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି।
8 ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9 ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ। 10 ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।
11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। 12 [କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
13 ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14 ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।
15 ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।
17 ସେ ସେମାନଙ୍କୁ ପଚାରିଲେ,
19 ସେ ସେମାନଙ୍କୁ ପଚାରିଲେ,
21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।
22 ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23 ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। 24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।
25 ସେଥିରେ ସେ ସେମାନଙ୍କୁ କହିଲେ,
28 ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। 29 କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ। 31 ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। 32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
33 ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34 ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି। 35 ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।
36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।” 37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।
38 ସେଥିରେ ସେ ସେମାନଙ୍କୁ କହିଲେ,
41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ,
44 ପୁଣି, ସେ ସେମାନଙ୍କୁ କହିଲେ,
45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; 46 ଆଉ ସେମାନଙ୍କୁ କହିଲେ,
48
50 ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ। 51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।
52 ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ, 53 ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।