1 ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; 2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। 3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।
4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ,
8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। 9 କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; 10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ,
12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। 13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ,
14 ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ,
15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; 16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।
17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।
18 ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ। 19 କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।
20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ,
22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ,
25 ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।
26 ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।
27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ,
29 ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ। 30 ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ? 31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ,
33 ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି। 34 ସେଥିରେ ଯୀଶୁ ସେମାନଙ୍କୁ କହିଲେ,
36 ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ,
37
-
a କୁମ୍ପାରେ କୁମ୍ଫାର ଅର୍ଥ ଚମଡାରେ ନିର୍ମିତ ଥଳି