1 ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ। 2 ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ,
5 ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ, 6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।
7 ସେ ତାହାକୁ କହିଲେ,
8 କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। 9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।
10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ,
13 ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ,
14 ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ; 15 ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।
16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ, 17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ। 19 ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
20 ସେଥିରେ ଯୀଶୁ ତାହାକୁ କହିଲେ,
22 କିନ୍ତୁ ଯୀଶୁ ତାହାଙ୍କୁ କହିଲେ,
23 ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ। 24 ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ। 25 ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।
26 ସେ ସେମାନଙ୍କୁ କହିଲେ,
27 ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ। 29 ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
30 ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା। 31 ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ। 32 ଯୀଶୁ ସେମାନଙ୍କୁ କହିଲେ,