1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। 2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି। 3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ,
7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ, 8 ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ। 9 ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ; 10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। 11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର। 12 ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ। 14 ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, 15 ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ। 16 ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ। 17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ; 18 ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ, 19 ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
20 ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ। 21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି। 22 ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ। 23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,
31 ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ। 32 ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି। 33 ସେ ସେମାନଙ୍କୁ ଉତ୍ତର ଦେଲେ,