1 ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ, 2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।” 3 ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ, 4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5 ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ; 6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ। 7 ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ। 8 ପଲ୍ଲୁର ସନ୍ତାନ ଇଲୀୟାବ୍। 9 ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ। 10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ। 11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ;
15 ଆପଣା ଆପଣା ବଂଶାନୁସାରେ ଗାଦ୍ର ସନ୍ତାନ;
19 ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। 20 ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ;
23 ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ;
26 ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ;
28 ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ। 29 ମନଃଶିର ସନ୍ତାନ;
30 ଗିଲୀୟଦର ସନ୍ତାନ ଏମାନେ;
33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। 34 ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ;
36 ପୁଣି, ଶୂଥେଲହର ସନ୍ତାନ ଏମାନେ;
38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ;
42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ। 43 ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ। 44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ;
48 ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ;
50 ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
51 ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
52 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 53 “ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। 54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। 55 ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ। 56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ;
63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ। 64 ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା। 65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
<- ଗଣନା ପୁସ୍ତକ 25ଗଣନା ପୁସ୍ତକ 27 ->