5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ। 6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?” 7 “ଅବା ‘କିଏ ପାତାଳକୁ ଅବତରଣ କରିବ’ ” (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)? 8 କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ। 9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ; 10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ। 11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ। 12 କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ। 13 କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ। 14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।” 16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?” 17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ। 18 କିନ୍ତୁ ମୁଁ କହେ,