1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ। 2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?” 3 ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ। 4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।” 5 ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।
6 ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ, 7 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି:
10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”
<- ଯିଖରୀୟ 2ଯିଖରୀୟ 4 ->